ଆଜି ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର

ଆଜି ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ସିନ୍ଦୁକ ଓ ଆଲମିରାଗୁଡ଼ିକୁ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ କରାଯାଉଛି ସ୍ଥାନାନ୍ତର ।ଏଥିପାଇଁ ଶ୍ରୀମନ୍ଦିର ଭିତରେ ରହିଛନ୍ତି ରତ୍ନ ଭଣ୍ଡାରରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ବୈଷୟିକ ଦଳ,ଓଡ୍ରାଫ୍, ଅଗ୍ନିଶମ ଏବଂ ସ୍ନେକ୍ ହେଲପ୍ ଲାଇନ୍ ସଦସ୍ୟ ।ସ୍ଥାନାନ୍ତର ସରିବା ଯାଏ ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ। ତେବେ ଆନନ୍ଦ ବଜାରରୁ ମହାପ୍ରସାଦ କିଣିପାରିବେ ଭକ୍ତ। ସ୍ଥାନାନ୍ତରଣ ସରିବା ପରେ ଦର୍ଶନ ଆରମ୍ଭ ହେବ ବୋଲି କହିଛନ୍ତି ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ।
What's Your Reaction?






