ଆଜି ମର୍ଯ୍ୟଦା ପୁରୁଷ ପ୍ରଭୁ ଶ୍ରୀରାମଙ୍କ ଜନ୍ମଦିନ
ଆଜି ମର୍ଯ୍ୟାଦା ପୁରୁଷ ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମଦିନ ରାମନବମୀ। ଏନେଇ ଉତ୍ସବମୁଖର ସାରା ଦେଶ । ଚାରିଆଡେ ଶୁଭୁଛି ଜୟ ଶ୍ରୀରାମ ନାରା। ସଜେଇ ହୋଇଛି ସାରା ଅଯୋଧ୍ୟା। ରାମଲାଲାଙ୍କ ଦର୍ଶନ ପାଇଁ ଅଯୋଧ୍ୟାରେ ଲାଗିଛି ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼। ମଧ୍ୟାହ୍ନରେ ସୂର୍ଯ୍ୟତିଳକରେ ଅଭିଷିକ୍ତ ହେବେ ରାମଲାଲା । ସେପଟେ ଆଜି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି ପାଇଁ ମଧ୍ୟାହ୍ନ ଧୂପ ଭୋଗ ଉଠିବା ପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ ।
What's Your Reaction?