ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ

Jul 17, 2024 - 13:16
 0  2
ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ

ଆଜି ହେଉଛି ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜୀଉ । ବାହୁଡ଼ା ଯାତ୍ରା ସାରି ଫେରିବା ପରେ ସିଂହଦ୍ୱାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ତିନି ଠାକୁର । ସୁନାବେଶ ପାଇଁ  ନିର୍ଘଣ୍ଟ କରଯାଇଛି ସ୍ୱତନ୍ତ୍ର ନୀତି । ଅପରାହ୍ନ ୫ଟାରୁ ଆରମ୍ଭ ହେବ ସୁନାବେଶ  । ରାତି ୧୧ଟା ପର୍ୟ୍ୟନ୍ତ ସୁନାବେଶରେ ଦର୍ଶନ ଦେବା ପରେ ହେବ  ବେଶ ଓଲାଗି ।ରଥରେ ଚତୁର୍ଦ୍ଧା ବିଗ୍ରହଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଛୁଟି ଆସିବେ ଲକ୍ଷଲକ୍ଷ ଭକ୍ତ। ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ ପ୍ରଶାସନ ପାଇଁ ଏକ ବଡ ଚ୍ୟାଲେଞ୍ଜ। ଏଥିପାଇଁ ପୁଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି। ପୂର୍ବଭଳି ମେଡିକାଲ ଛକରୁ ଚାଲି ଚାଲି ଯିବେ ଭକ୍ତ। ଏଥିପାଇଁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ମେଡିକାଲ ଛକରୁ ଶ୍ରୀମନ୍ଦିର ମଧ୍ୟରେ ବଡଦାଣ୍ଡକୁ ସଂଯୋଗ କରୁଥିବା ରାସ୍ତାକୁ ସିଲ କରାଯାଇଛି। ଆବଶ୍ୟକ ପଡିଲେ ଶ୍ରୀମାର୍ଗକୁ ବ୍ୟବହାର କରାଯିବ। ଅଧିକ ଭିଡ଼ ହେଲେ, ଆବଶ୍ୟକସ୍ଥଳେ ଲୋକଙ୍କୁ ବାହାର କରିବା ପାଇଁ ସିଲ ହୋଇଥିବା ରାସ୍ତାକୁ ଖୋଲାଯାଇପାରେ ବୋଲି କହିଛନ୍ତି ପୁରୀ ଏସପି ପିନାକ ମିଶ୍ର ।

What's Your Reaction?

like

dislike

love

funny

angry

sad

wow