ଆଜି ଲଘୁଚାପ କ୍ଷେତ୍ରରେ ପରିଣତହେଲା ଘୂର୍ଣ୍ଣିବଳୟ
ଉତ୍ତର ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ହୋଇଛି ପରିଣତ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡକୁ ଲାଗି ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ ଘଣ୍ଟାରେ ହେବ ଅଧିକ ଘନୀଭୂତ । ସେପଟେ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ରହିଛି ସମ୍ଭାବନା ।
What's Your Reaction?