ଆଜି ହେଉଛି ପବିତ୍ର ସ୍ନାନଯାତ୍ରା
ଆଜି ହେଉଛି ପବିତ୍ର ସ୍ନାନଯାତ୍ରା । ରତ୍ନବେଦୀ ଛାଡ଼ି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ। ଦିବ୍ୟସ୍ନାନ ପରେ ଦୁର୍ଲଭ ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଆଜି ଶ୍ରୀକ୍ଷେତ୍ରରେ ଲାଗିଛି ଭକ୍ତଙ୍କ ଭିଡ଼ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ ଦେଇଛି ଶ୍ରୀମନ୍ଦିର ପ୍ରଶାସନ।ଆଜି ଭୋର ୫ଟାରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କର ପହଣ୍ଡି । ଧାଡି ପହଣ୍ଡିରେ ସ୍ନାନ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂରତି । ଦିନ ୧୨ଟା ୨୦ରୁ ୧ଟା ୪୫ ଭିତରେ ମହାପ୍ରଭୁଙ୍କର ଦିବ୍ୟ ସ୍ନାନ ହେବ ଅନୁଷ୍ଠିତ । ଏହାପରେ ସାହାଣମେଲା ଦର୍ଶନ ବ୍ୟବସ୍ଥା କରାଯିବାକୁ କରାଯାଇଛି ନୀତି ନିର୍ଘଣ୍ଟ । ଦିନ ୩ ଟାରେ ଛେରା ପହଁରା ୩ଟା ୪୦ରେ ହାତୀବେଶ ଅନୁଷ୍ଠିତ ହେବ । ସ୍ନାନଯାତ୍ରା ପାଇଁ ପୋଲିସ, ଅଗ୍ନିଶମ ବିଭାଗ ପକ୍ଷରୁ କରାଯାଇଛି ବ୍ୟାପକ ବନ୍ଦୋବସ୍ତ ।
What's Your Reaction?