ଆଜି ୪ ଘଣ୍ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

Aug 24, 2024 - 11:35
 0  3
ଆଜି ୪ ଘଣ୍ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ୪ ଘଣ୍ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ। ଅର୍ଥାତ ଅପରାହ୍ନ ୨ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭକ୍ତମାନେ ଚତୁଃର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନରୁ ରହିବେ ବଞ୍ଚିତ। ତେବେ ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖାପଞ୍ଚମୀ ଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ଶ୍ରୀଜିଉଙ୍କ ଶ୍ରୀମୁଖ ସୁନ୍ଦର ଦେଖାଯିବା ପାଇଁ ଚତୁଃର୍ଦ୍ଧାମୂର୍ତ୍ତିଙ୍କୁ ଲାଗି କରାଯିବ ରାହୁରେଖାକୁ। ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ହୋଇଥିବାରୁ ଦଇତାପତି ସେବାୟତମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ କରିବେ ସମ୍ପାଦନ। ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ହେବ ଆରମ୍ଭ । ଏହାପରେ ସମସ୍ତ ପୂଜାବିଧିକୁ ସଠିକ ରୀତିନୀତିରେ କରାଯିବ ସମ୍ପାଦନା। ପୂଜା ସାରିବା ପରେ ପୁନର୍ବାର ଭକ୍ତମାନେ ଚତୁଃର୍ଦ୍ଧାମୂର୍ତ୍ତିଙ୍କୁ କରିପାରିବେ ଦର୍ଶନ ।  

What's Your Reaction?

like

dislike

love

funny

angry

sad

wow