ଆଜିଠାରୁ ବଢ଼ିବ ବର୍ଷା

Jul 31, 2024 - 12:15
 0  2
ଆଜିଠାରୁ ବଢ଼ିବ ବର୍ଷା

ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ରହିଛି ମୌସୁମୀ ଟ୍ରପ୍ ଲାଇନ୍। ଏହାର ପ୍ରଭାବରେ ଆଜିଠାରୁ ଓଡିଶାରେ ବଢ଼ିବ ବର୍ଷା। ଆଜି ଓ ଆସନ୍ତାକାଲି ଦୁଇ ଦିନ ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଓ ନୟାଗଡ଼ , ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା। ସେହିପରି ଆସନ୍ତାକାଲି ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାରେ କେତେକ ଅଞ୍ଚଳରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା ।

What's Your Reaction?

like

dislike

love

funny

angry

sad

wow