ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବଜ୍ରପାତ ବର୍ଷା

ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବଜ୍ରପାତ ବର୍ଷା। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଏବଂ କୁଆପଥର ବୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରଚଣ୍ଡ ବଜ୍ରପାତ ସହ ପ୍ରବଳ ବର୍ଷା ଏବଂ କୁଆପଥର ବୃଷ୍ଟି ନେଇ ୪ଟି ଜିଲ୍ଲାକୁ ଜାରି କରାଯାଇଛି ସତର୍କତା। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସହ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବା ନେଇ ଜାରି କରାଯାଇଛି ସତର୍କତା।ସେହିଭଳି ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୧୪ ଜିଲ୍ଲାକୁ ଜାରି କରାଯାଇଛି ହଳଦିଆ ସତର୍କତା। କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ନୟାଗଡ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ଦେବଗଡ, ସମ୍ବଲପୁର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ବଜ୍ରପାତ ନେଇ ମଧ୍ୟ ଜାରି କରାଯାଇଛି ସତର୍କତା।
What's Your Reaction?






