ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ଯରେ ପ୍ରବଳ ବର୍ଷା

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ଯରେ ପ୍ରବଳ ବର୍ଷା

ବର୍ତ୍ତମାନ ଓଡିଶାରେ ମୌସୁମୀ ନିମ୍ନଚାପରେଖା ସକ୍ରିୟ ରହିଥିବା ବେଳେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ, ଉତ୍ତର-ପୂର୍ବ ରାଜସ୍ଥାନ ଦେଇ ବାଂଲାଦେଶ ମଧ୍ୟରେ ସକ୍ରିୟ ରହିଛି ଏକ ଘୂର୍ଣ୍ଣିବଳୟ । ଏହାସହ ଝାଡଖଣ୍ଡ ଏବଂ ଏହାର ଆଖପାଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ରହିବା ସହ କିଛି ସ୍ଥାନରେ ଲାଗି ରହିଛି ହାଲୁକାରୁ ମଧ୍ୟମ ଧରଣର ବର୍ଷା।ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଘଡଘଡି ବିଜୁଳି ସହ ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଝାରସୁଗୁଡା ଏବଂ ସମ୍ବଲପୁରକୁ ଜାରି କରାଯାଇଛି ହଳଦିଆ ସତର୍କତା।