ଆସନ୍ତା ୪ ଦିନ ଯାଏଁ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୪ ଦିନ ଯାଏଁ ଓଡିଶାରେ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ବଂଲାଦେଶ ଏବଂ ଏହାର ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବା ବେଳେ ଝାଡଖଣ୍ଡ ଏବଂ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି ଏକ ଘୂର୍ଣ୍ଣିବଳୟ । ଏହାସହ ଉତ୍ତର ବଙ୍ଗୋପସାଗର ଏବଂ ଆଖପାଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଯାଜପୁର, ଅନୁଗୁଳ ଏବଂ ଢେଙ୍କାନାଳକୁ କମଳା ସତର୍କତା ଜାରି କରାଯାଇଥିବାବେଳେ ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ, ପୁରୀ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ ଏବଂ ଦେବଗଡକୁ ଜାରି ହୋଇଛି ହଳଦିଆ ସତର୍କତା ।
What's Your Reaction?






