ଆସନ୍ତାକାଲି ଠାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

Jul 31, 2024 - 17:46
 0  4
ଆସନ୍ତାକାଲି ଠାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ଆସନ୍ତାକାଲି ଠାରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ବେଶ ଉତ୍ସାହିତ ପର୍ଯ୍ୟଟକ । ଅପରପକ୍ଷରେ ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବନବିଭାଗ ପ୍ରସ୍ତୁତି। କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ୟ୍ଯନ୍ତ ୩ ମାସଧରି ବନ୍ଦ ରହିଥିଲା। ଏହି ସମୟରେ କୁମ୍ଭୀର ହିଂସ୍ର ରହୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟି ରେ ରଖି ବନ୍ଦ ରହିଥିଲା ଭିତରକନିକା।ତେବେ ଭିତରକନିକାରେ ପ୍ରଥମଥର ନିର୍ମାଣ କରାଯାଇଛି ‘ସ୍କାଏ ଓ୍ଵାକ୍’ । ଜଙ୍ଗଲ ଉପରେ ଚାଲିଚାଲି ଜଙ୍ଗଲର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ ପର୍ଯ୍ୟଟକ ।

What's Your Reaction?

like

dislike

love

funny

angry

sad

wow