ଆସନ୍ତାକାଲି ପୁରୀ ସ୍ବର୍ଗଦ୍ବାରରେ ହେବ କାଳଜୟୀ କବି ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଓଡ଼ିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି । ଆଉ ନାହାଁନ୍ତି ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ । ୯୧ ବର୍ଷ ବୟସରେ ରମାକାନ୍ତ ରଥଙ୍କର ହୋଇଛି ପରଲୋକ। ଆସନ୍ତାକାଲି ପୁରୀ ସ୍ବର୍ଗଦ୍ବାରରେ ହେବ କାଳଜୟୀ କବି ରମାକାନ୍ତ ରଥଙ୍କ ଶେଷକୃତ୍ୟ । ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଦ୍ମଭୂଷଣ ସ୍ଵର୍ଗତ ରଥ ଭାରତୀୟ ସାହିତ୍ୟ ଜଗତର ଅଳ୍ପ କେତେଜଣ ଶ୍ରେଷ୍ଠ କବିଙ୍କ ମଧ୍ୟରେ ଥିଲେ ଅନ୍ୟତମ । ସେହିପରି କବିତା ମାଧ୍ୟମରେ ଓଡ଼ିଆ ସାହିତ୍ୟ ଜଗତକୁ ରମାକାନ୍ତ ରଥଙ୍କ ଅବଦାନ ଅତୁଳନୀୟ ବୋଲି ଟୁଇଟ୍ କରି ଶୋକ ପ୍ରକାଶ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।
What's Your Reaction?






