ଆସନ୍ତାକାଲିଠାରୁ ପୁଣି ବର୍ଷା

ଗୋଟିଏ ଦିନର ବିରତି ପରେ ପୁଣି ଆସନ୍ତା କାଲିଠାରୁ ଆରମ୍ଭ ହୋଇଯିବ ବର୍ଷା।ପଶ୍ଚିମା ଝଡ ପ୍ରଭାବରେ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ଷା ସହ ଲୋକଙ୍କୁ ପୁଣି କଲବଲ କରିବ ଘନ କୁହୁଡି। ୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ଆଠଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ,ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କିଛି କିଛି ସ୍ଥାନରେ ହୋଇପାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା। ସେହିପରି ୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱରରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ରହିଛି ସମ୍ଭାବନା।ଅନ୍ୟପକ୍ଷରେ ୫ ଜିଲ୍ଲା କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଅନୁଗୁଳ ଓ କଳାହାଣ୍ଡିକୁ ଜାରି କରାଯାଇଛି ଘନ କୁହୁଡି ସତର୍କତା।
What's Your Reaction?






