ଆସନ୍ତାକାଲିଠୁ ବଢିବ ବର୍ଷା

ଘୂର୍ଣ୍ଣିବଳୟ ସାଙ୍ଗକୁ ସକ୍ରିୟ ରହିଛି ମୌସୁମୀ ବାୟୁ । ଏହାର ପ୍ରଭାବରେ ଆସନ୍ତାକାଲି ଠୁ ବଢିବ ବର୍ଷାର ପରିମାଣ । ୧୭ ତାରିଖ ପର୍ଯ୍ୟନ୍ତ ରହିଛି ପ୍ରବଳ ବର୍ଷା ସମ୍ଭାବନା । ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହୋଇପାରେ ବର୍ଷା ।ବିଶେଷ କରି ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର, ସୁନ୍ଦରଗଡ଼,ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜରେ ରହିବ ବର୍ଷାର ପ୍ରଭାବ । ୧୮ ତାରିଖରୁ ପାଗରେ ହେବ ପରିବର୍ତ୍ତନ । ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୩୪ ଦଶମିକ ୯ ମିଲିମିଟର ବର୍ଷା ହୋଇଛି ରେକର୍ଡ । ଏବେବି ୯ ପ୍ରତିଶତ ନିଅଁଟିଆ ବର୍ଷା ହୋଇଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।
What's Your Reaction?






