ଆସୁଛି ଆଉ ଏକ ଲଘୁଚାପ

Aug 8, 2024 - 10:56
 0  8
ଆସୁଛି ଆଉ ଏକ ଲଘୁଚାପ

ଗଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ବାୟୁ ମଣ୍ଡଳ ଉପରି ଭାଗରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଆସନ୍ତା ୧୨ ଘଣ୍ଟା ଭିତରେ ନେଇପାରେ ଲଘୁଚାପର ରୂପ । ଏହା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ  ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁରକୁ କମଳା ସତର୍କତା ଜାରି କରାଯାଇଥିବାବେଳେ ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର ଜିଲ୍ଲାକୁ ଜାରି ହୋଇଛି ହଳଦିଆ ସତର୍କତା। ଲଘୁଚାପ ପ୍ରଭାବ ରେ ଆସନ୍ତା ୧୧ ତାରିଖ ଯାଏଁ ବଢିବ ବର୍ଷାର ପରିମାଣ । ବିଶେଷ କରି ମହାନଦୀର ଉପରି ମୁଣ୍ଡରେ ଅଧିକ ବର୍ଷା ହେବାର ରହିଛି ସମ୍ଭାବନା।

What's Your Reaction?

like

dislike

love

funny

angry

sad

wow