ଆହୁରି ୨୪ ଘଣ୍ଟା ସାରା ରାଜ୍ୟରେ ବର୍ଷା
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ଗୋଟିଏ ୨ଟି ସ୍ଥାନରେ ହୋଇପାରେ ବର୍ଷା। ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି , ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ରହିଛି ସମ୍ଭାବନା।
Jangyaseni Parida