ଆହୁରି ୩ ଦିନ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା

ଆହୁରି ୩ ଦିନ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା । କିଛି ସ୍ଥାନରେ କୁଆ ପଥର ବର୍ଷା ହୋଇଥିବା ବେଳେ ଆସନ୍ତା ୨୪ ଯାଏଁ କାଳ ବୈଶାଖୀ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆଜି ପାଇଁ ୧୨ ଜିଲ୍ଲା କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ ଓ ଦେଓଗଡ ରେ ବିଜୁଳି ଘଡଘଡି ବର୍ଷା ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ।କିଛି ସ୍ଥାନରେ ରହିଛି ପ୍ରବଳ ବର୍ଷା ସମ୍ଭାବନା। କାଁଭାଁ ସ୍ଥାନରେ ହୋଇପାରେ କୁଆ ପଥର ବର୍ଷା।ସେହିପରି ୧୮ ଜିଲ୍ଲା ନୂଆପଡା, ବଲାଙ୍ଗିର,ବରଗଡ, ଝାରସୁଗୁଡା, ସମ୍ବଲପୁର ସୋନପୁର, ବୌଦ୍ଧ, ନୟାଗଡ, କନ୍ଧମାଳ, ଖୋର୍ଦ୍ଧା ପୁରୀ ,ଗଂଜାମ ,ମାଲକାନଗିରି,କୋରାପୁଟ, ରାୟଗଡା,ଗଜପତି, କଳାହାଣ୍ଡି ଓ ନବରଙ୍ଗପୁର ରେ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ତେବେ ବାୟୁମଣ୍ଡଳ ଉପରିଭାଗରେ ରହିଛି ଲଘୁଚାପ ପ୍ରଭାବ। ଏଥିସହ ଉତ୍ତର ପଶ୍ଚିମ ଭାରତରେ ରହିଛି ଏକ ଟ୍ରାପ ଲାଇନ୍ । ଏହା ଫଳରେ ରାଜ୍ୟରେ କାଳ ବୈଶାଖୀ ବର୍ଷା ହେଉଛି ବୋଲି କହିଛି ବିଭାଗ।
What's Your Reaction?






