ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆସିବ ଆଳୁ

Aug 2, 2024 - 13:42
 0  6
ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆସିବ ଆଳୁ

ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା କରାଯିବ ବ୍ୟବସ୍ଥା । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି  ଏକ ବୈଠକ। ଉକ୍ତ ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ବିଭାଗୀୟ ବରିଷ୍ଠ ଅଧିକାରୀ, ଓଡ଼ିଶା ବ୍ୟବସାୟୀ ସଂଘର ସାଧାରଣ ସଂପାଦକ ଶ୍ରୀ ସୁଧାକର ପଣ୍ଡା ଏବଂ ବିଭିନ୍ନ ସଂଘର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ । 

What's Your Reaction?

like

dislike

love

funny

angry

sad

wow