ଓଡିଶାରେ ସିଙ୍ଗାପୁର ରାଷ୍ଟ୍ରପତି

ଓଡିଶାରେ ସିଙ୍ଗାପୁର ରାଷ୍ଟ୍ରପତି

ଓଡ଼ିଶାରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍  । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ କରିଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ଅପରାହ୍ନ ୪ଟାରେ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ବାକ୍ଷରିତ କରିବେ ଥର୍ମନ ଶନ୍ମୁଗରତ୍ନମ୍ । ଏହାସହିତ ୱାର୍ଲ୍ଡ ସ୍କିଲ ସେଣ୍ଟର ମଧ୍ୟ କରିବେ ପରିଦର୍ଶନ । ସେହିପରି ୧୮ ତାରିଖରେ ରଘୁରାଜପୁର ହେରିଟେଜ୍ ଗ୍ରାମ ବୁଲି ଦେଖିବା ପରେ ଆଇଓସିଏଲ ଇଣ୍ଟରପେସନ ବୁଲି ଦେଖିବେ। ପରେ କୋଣାର୍କ ମନ୍ଦିର ପରିଦର୍ଶନ କରିବେ। ଅପରାହ୍ନରେ ଅନ୍ଧାରୁଆରେ ଥିବା ଭାରତ ବାୟୋଟେକର ଟିକା ପ୍ରସ୍ତୁତ କେନ୍ଦ୍ର ପରିଦର୍ଶନ କରି ଅଧିକାରୀ ମାନଙ୍କ ସହ ଆଲୋଚନା କରିବେ।