ଗଭୀର ଅବପାତରେ ପରିଣତ ବଙ୍ଗୋପସାଗରରେ ସୃଷ୍ଟ ଅବପାତ

Nov 26, 2024 - 17:11
 0  5
ଗଭୀର ଅବପାତରେ ପରିଣତ ବଙ୍ଗୋପସାଗରରେ ସୃଷ୍ଟ ଅବପାତ

ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ । ବର୍ତ୍ତମାନ ଗଭୀର ଅବପାତଟି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ହୋଇଛି କେନ୍ଦ୍ରୀଭୂତ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରି ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବାତ୍ୟାର ନାଁ ଫେଙ୍ଗାଲ ରହିଥିବା ବେଳେ ଏହାର ନାମକରଣ କରିଛି ସାଉଦି ଆରବ । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି ଗଭୀର ଅବପାତ । ବର୍ତ୍ତମାନ ଅବପାତଟି ନାଗାପାଟନମ୍ ଠାରୁ ୫୯୦ କିଲୋମିଟର ଦୂର ଦକ୍ଷିଣ-ଦକ୍ଷିଣ ପୂର୍ବରେ ରହିଛି । ୨୯ ତାରିଖ ମଧ୍ୟରେ ବାତ୍ୟାଟି ତାମିଲନାଡୁ ଏବଂ ଶ୍ରୀଲଙ୍କା ମଧ୍ୟରେ ଉପକୂଳ ଛୁଇଁବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ଓଡ଼ିଶା ଉପରେ ପଡିବ ନାହିଁ ବାତ୍ୟାର ସିଧାସଳଖ ପ୍ରଭାବ । କିନ୍ତୁ ବାତ୍ୟା ପ୍ରଭାବରେ କୋହଲା ପାଗ ସହ କିଛି ସ୍ଥାନରେ ହୋଇପାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା  । 

What's Your Reaction?

like

dislike

love

funny

angry

sad

wow