ଚଳିତମାସ ୬ ତାରିଖରେ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ୫ମ ପର୍ଯ୍ୟାୟ ଟଙ୍କା

ଚଳିତମାସ ୬ ତାରିଖରେ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ୫ମ ପର୍ଯ୍ୟାୟ ଟଙ୍କା । ଏହି ପର୍ଯ୍ୟାୟରେ ଲକ୍ଷେ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା । ସେହିଭଳି ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯିବ ଦ୍ବିତୀୟ କିସ୍ତି । ଚଳିତ ବର୍ଷ ମହିଳା ହିତାଧିକାରୀମାନେ ୩ ଥର ପାଇବେ ସୁଭଦ୍ରା ଟଙ୍କା । ମାର୍ଚ୍ଚ ୮ ଓ ରକ୍ଷା ବନ୍ଧନରେ ବି ମିଳିବ ସୁଭଦ୍ରା ଟଙ୍କା। ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ । ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ପ୍ରଦାନ କରାଯିବ ସୁଭଦ୍ରା ଟଙ୍କା। ସରକାର ପ୍ରତି ବର୍ଷ ୨ଟି କିସ୍ତିରେ ୧ କୋଟି ଯୋଗ୍ୟ ମହିଳାଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଦେବେ। ଏହି ପରି ୫ ବର୍ଷରେ ସେମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ମିଳିବ।
What's Your Reaction?






