ଚାନ୍ଦବାଲି ଘଟଣା: ଚାନ୍ଦବାଲି ବନ୍ଦ ଡାକରା ଦେଇଛି ବିଜେଡି
ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ଘଟଣାକୁ ନେଇ ଗୁରୁବାର ଚାନ୍ଦବାଲି ବନ୍ଦ ଡାକରା ଦେଇଛି ବିଜେଡି । ସକାଳ ୬ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଚାନ୍ଦବାଲି । ଏହି ଦିନ ବିଜେଡି କଳା ଦିବସ ପାଳନ କରିବା ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ । ଅନ୍ୟପଟେ ଏହା ଏକ ଲଜ୍ଜାଜନକ ଘଟଣା।,ତେଣୁ ଉକ୍ତ ଘଟଣାରେ କଡା ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୂଚନା ମୁତାବକ, ଚାନ୍ଦବାଲି ଏନଏସି ଅନ୍ତର୍ଗତ ବାଲିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ କରିବା ପରେ ହତ୍ୟା କରି ଫିଙ୍ଗିଦେଇଥିବା ହୋଇଛି ଅଭିଯୋଗ l ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଜଗତସିଂହପୁରରୁ ଗିରଫ କରିଛି ପୋଲିସ ।
What's Your Reaction?