ଛତିଶଗଡର ବିଜାପୁର ଓ ଦାନ୍ତେୱାଡାର ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା

ଛତିଶଗଡର ବିଜାପୁର ଓ ଦାନ୍ତେୱାଡାର ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା।ଭିନ୍ନ ଭିନ୍ନ ଅପରେସନରେ ୨୨ ମାଓବାଦୀଙ୍କ ହୋଇଛି ମୃତ୍ୟୁ।ଏହି ଅପରେସନ ବେଳେ ଜଣେ ଯବାନ ମଧ୍ୟ ହୋଇଛନ୍ତି ସହିଦ।ଯେଉଁଠି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା,ସେହି ସ୍ଥାନରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର କରାଯାଇଛି ଜବତ।ଜାତୀୟ ଗଣମାଧ୍ୟମର ସୂଚନା ମୁତାବକ ଗୁରୁବାର ସକାଳେ ସୁରକ୍ଷାକର୍ମୀଙ୍କ ୨ଟି ଦଳ ବିଜାପୁର ଓ ଦାନ୍ତେୱାଡା ନିକଟ ଗଙ୍ଗାଲୁର ଥାନା ଅଞ୍ଚଳରେ ଆରମ୍ଭ କରିଥିଲେ ନକ୍ସଲ ବିରୋଧୀ ଅପରେସନ।ଅପରେସନ ବେଳେ ସୁରକ୍ଷାକର୍ମୀଙ୍କ ଉପରକୁ ହଠାତ୍ ମାଓବାଦୀମାନେ ଚଳାଇଥିଲେ ଗୁଳି।ଏହାର ଜବାବରେ ସୁରକ୍ଷାକର୍ମୀମାନେ ଗୁଳି ଚଳାଇଥିଲେ।ଏହି ଗୁଳିବିନିମୟରେ ୨୨ ଜଣ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଛନ୍ତି।
What's Your Reaction?






