ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୦ ମାଓବାଦୀ

ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୦ ମାଓବାଦୀ। ନୂଆପଡ଼ା ଓ ଛତିଶଗଡ଼ର ଗରିଆବନ୍ଧ ସୀମାରେ ଗୁଳିବିନିମୟ। ଓଡିଶା, ଛତିଶଗଡ ପୋଲିସ ଏବଂ ସିଆରପିଏଫ ଯବାନଙ୍କ ମିଳିତ ଅପରେସନରେ ମିଳିଛି ବଡ଼ ସଫଳତା। ଘଟଣାସ୍ଥଳରୁ ଜବତ ହୋଇଛି ଗୋଟିଏ SLR ବନ୍ଧୁକ। ଗରିଆବନ୍ଧରେ ଚାଲିଛି ଜୋରଦାର ସର୍ଚ୍ଚ ଅପରେସନ। ଗତ ୧୯ ତାରିଖ ରାତିରୁ ଓଡିଶାର ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସୂଚନା ମିଳିଥିଲା ଗୁଇନ୍ଦା। ଉଭୟ ରାଜ୍ୟର ସୁରକ୍ଷା ବାହିନୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମିଶି ଜାରି ରଖିଛନ୍ତି କମ୍ବିଂ ଅପରେସନ୍।
What's Your Reaction?






