ଛତୁଆ ଯୋଗାଣକୁ ନେଇ ବିଧାନସଭାରେ ଉଦବେଗ ପ୍ରକାଶ କରିଛନ୍ତି ବିଧାୟକ

Aug 31, 2024 - 13:02
 0  1
ଛତୁଆ ଯୋଗାଣକୁ ନେଇ ବିଧାନସଭାରେ ଉଦବେଗ ପ୍ରକାଶ କରିଛନ୍ତି ବିଧାୟକ

ନିମ୍ନମାନର ଛତୁଆ ଯୋଗାଣକୁ ନେଇ  ବିଧାନସଭାରେ ଉଦବେଗ ପ୍ରକାଶ କରିଛନ୍ତି ବିଧାୟକ। ଏନେଇ ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୁରମା ପାଢ଼ୀ। ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ନିର୍ଦ୍ଦେଶ ଦେବା ସହ ନିମ୍ନମାନର ଛତୁଆ ଯୋଗାଣ କେଉଁ ଅନୁଷ୍ଠାନ କରିଛନ୍ତି, ସେ ବାବଦରେ କଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ଗୃହରେ ବିବୃତି ରଖିବାକୁ ଦିଆଯାଇଛି ନିର୍ଦ୍ଦେଶ। ସୂଚନାଯୋଗ୍ୟ, ଛତୁଆ ଯୋଗାଣକୁ ନେଇ ଆଜି ଗୃହରେ ସରଗରମ ହୋଇଛି ଆଲୋଚନା। ଛତୁଆ ବଦଳରେ ଗହମ ଚିନି କେବଳ ଦିଆଯାଉଛି ବୋଲି କହିଥିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି। ସେ ଛତୁଆକୁ ପିଲା ନୁହେଁ ଗାଈଗୋରୁ ଖାଉଛନ୍ତି। ଭଲ ଛତୁଆ ଯୋଗାଣ ପାଇଁ ଟେଣ୍ଡର ଡାକନ୍ତୁ ସରକାର। ଉତ୍ତରରେ ବିଭାଗୀୟ ମନ୍ତ୍ରୀ କହିଥିଲେ ଯାଞ୍ଚ ପାଇଁ ଗଠନ ହୋଇଥିବା ସୁପରଭାଇଜର ଏବଂ ମାତୃ କମିଟି କରୁଛନ୍ତି ଯାଞ୍ଚ। 

What's Your Reaction?

like

dislike

love

funny

angry

sad

wow