ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

Aug 13, 2024 - 12:24
 0  4
ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ସୋମବାର ସନ୍ଧ୍ୟାରେ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଗସ୍ତ କରିଛନ୍ତି ଦିଲ୍ଲୀ । ଆଜି ପୂର୍ବାହ୍ଣରେ ସେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ ଦ୍ବାରା ଆୟୋଜିତ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗଦେବେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ କରିବେ ଆଲୋଚନା । ବୈଠକରେ ମୁଖ୍ୟମନ୍ତ୍ରୀ, ପୂର୍ତ୍ତ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କ ସହିତ ଅନ୍ୟ ବରିଷ୍ଠ ଅଧିକାରୀ  ରହିବେ ଉପସ୍ଥିତ। ମୁଖ୍ୟମନ୍ତ୍ରୀ ଅଗଷ୍ଟ ୧୪ ତାରିଖ ପୂର୍ବାହ୍ଣରେ ଭୁବନେଶ୍ବର ଫେରିବାର ରହିଛି ସୂଚନା ।

What's Your Reaction?

like

dislike

love

funny

angry

sad

wow