ଜାନୁଆରୀରେ ଦୁଇ ଥର ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

ଆସନ୍ତା ଜାନୁଆରୀ ମାସରେ ଦୁଇ ଥର ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେଉଥିବା ପ୍ରବାସୀ ଭାରତୀୟ ଦିବସରେ ହେବେ ସାମିଲ। ଜାନୁଆରୀ ୮, ୯ ଓ ୧୦ରେ ଭୁବନେଶ୍ବର ଜନତା ମଇଦାନରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ। ଏଥିରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଅତିଥି ଭାବେ ଯୋଗ ଦେବେ ଦେଶ ବିଦେଶର ବହୁ ବିଶିଷ୍ଟ ବ୍ୟକ୍ତି। ସେହିପରି ଜାନୁଆରୀ ୨୮ ଓ ୨୯ ତାରିଖରେ ଉତ୍କର୍ଷ ଓଡ଼ିଶା କନ୍କ୍ଲେଭରେ ବି ସାମିଲ ହେବେ ପ୍ରଧାନମନ୍ତ୍ରୀ।
What's Your Reaction?






