ଜାନୁୟାରୀ ୧୪ ରୁ ୨୨ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

Dec 29, 2024 - 13:38
 0  7
ଜାନୁୟାରୀ ୧୪ ରୁ ୨୨ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ଜାନୁୟାରୀ ୧୪ ରୁ ୨୨ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ଗଣନା ପାଇଁ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବା ରୁ ଦେଶ ବିଦେଶର ପର୍ଯ୍ୟଟକ ମାନେ ଭିତରକନିକା ବୁଲି ନଆସିବା ପାଇଁ ରାଜନଗର ବନବିଭାଗ ଦେଇଛି ସୂଚନା। ପ୍ରତି ବର୍ଷ ପରି ଚଳିତ ବର୍ଷ ପ୍ରଥମେ ବୋଟ ଚଳାଚଳ ବନ୍ଦ ରହିବା ପରେ ନଦୀର ଜଳ ସ୍ଥିର ରହିବା ପରେ ଅନୁଷ୍ଠିତ ହେବ କୁମ୍ଭୀର ଗଣନା| ଏହି ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ କୁମ୍ଭୀର ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପର୍ଯ୍ୟଟକ ଆସିବା ଉପରେ କରାଯାଇଛି ବାରଣ। କୁମ୍ଭୀର ବିଶାରଦ ଡ଼ା ସୁଧାକର କର ଙ୍କ ନେତୃତ୍ୱରେ ବନ କର୍ମଚାରୀ ମାନେ କୁମ୍ଭୀର ଗଣନା କରିବେ।|  ଗତବର୍ଷ ଭିତରକନିକାରେ ୧୮୧୧ ଟି କୁମ୍ଭୀର ଗଣନା କରାଯାଇଥିବା ବେଳେ ଚଳିତ ବର୍ଷ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇବା ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ଦେଇଛନ୍ତି ସୂଚନା।

What's Your Reaction?

like

dislike

love

funny

angry

sad

wow