ଜୁଏଲ ଓରାମଙ୍କ ପତ୍ନୀଙ୍କ ପରଲୋକ
ଜୁଏଲ ଓରାମଙ୍କ ପତ୍ନୀଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମ । ମୃତ୍ୟୁ ବେଳକୁ ତାଙ୍କୁ ହୋଇଥିଲା ୫୮ ବର୍ଷ ବୟସ । ୯ ଦିନ ଧରି ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଚିକିତ୍ସା ହେଉଥିଲେ । ତେବେ ଶନିବାର ରାତି ୧୦ ଟା ୫୦ରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କର ଅକାଳ ବିୟୋଗରେ ଜୁଏଲ ଓରାମ ଭାଙ୍ଗିପଡିଛନ୍ତି । ଝିଙ୍ଗିଆ ଓରାମଙ୍କ ମୃତଦେହକୁ ଗତକାଲି ରାତିରେ ଭୁବନେଶ୍ୱରର ଲୁମ୍ବିନୀବିହାର ସ୍ଥିତ ବାସଭବନକୁ ଅଣାଯାଇଥିଲା । ସେଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ତାଙ୍କ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ତାଙ୍କୁ ଶେଷ ଦର୍ଶନ କରିଛନ୍ତି ଓ ଗଭୀର ଶ୍ରଦ୍ଧାଂଜଳି କରିଛନ୍ତି ଅର୍ପଣ।
What's Your Reaction?