ଜୁନ୍ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

ଆସନ୍ତାକାଲି ନୂଆ ସରକାର ଶପଥଗ୍ରହଣ କରିବାକୁ ଥିବା ବେଳେ ଜୁନ୍ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଅଧିକାରୀ ମାନଙ୍କୁ ହେଡକ୍ୱାର୍ଟର ନ ଛାଡିବାକୁ ଦିଆଯାଇଛି ନିର୍ଦ୍ଦେଶ । ନୂଆ ସରକାରଙ୍କ ଶପଥ ସମାରୋହ ପାଇଁ ଜାରି କରାଯାଇଛି ଏଭଳି ନିର୍ଦ୍ଦେଶାନାମା। ସରକାରୀ ଛୁଟିଦିନ ଗୁଡିକରେ ମଧ୍ୟ ଅଧିକାରୀଙ୍କୁ ହେଡକ୍ୱାର୍ଟର ନଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । କେବଳ ସ୍ୱାସ୍ଥ୍ୟଗତ ସମସ୍ୟା ଥିଲେ ମିଳିବ ଛୁଟି ଅନୁମତି । ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସମସ୍ତ ଜିଲ୍ଲାପାଳ ଓ ବିଭାଗୀୟ ମୁଖ୍ୟଙ୍କୁ ଚିଠି ଲେଖି ଅବଗତ କରିଛନ୍ତି । ଶପଥଗ୍ରହଣ ପରେ ସରକାରୀସ୍ତରରେ ଅନେକ ଗୁଡିଏ କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ତେଣୁ ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି ।
What's Your Reaction?






