ଥରୁଛି ଆଭ୍ୟନ୍ତରୀଣ ଓଡ଼ିଶା,ଦୁଇଦିନ ଜାଡ଼ ସହ କଲବଲ କରିବ କୁହୁଡ଼ି
ଥରୁଛି ଆଭ୍ୟନ୍ତରୀଣ ଓଡ଼ିଶା। ଜାଡ ସହ ଦୁଇ ଦିନ ପର୍ଯ୍ୟନ୍ତ ଘନ କୁହୁଡି ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲିଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା । ବିଶେଷ କରି ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର,କେନ୍ଦ୍ରାପଡା, ଯାଜପୁର, ଗଞ୍ଜାମ,ଗଜପତିରେ ତାପମାତ୍ରା ବଢିବ। ଏହାସହ ଆଭ୍ୟନ୍ତରୀଣ ଓଡ଼ିଶାରେ ବି ତାପମାତ୍ରା ବୃଦ୍ଧି ହେବାର ରହିଛି ସମ୍ଭାବନା ।ସେହିପରି କୁହୁଡି ନେଇ ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଏବଂ କୋରାପୁଟ ଜିଲ୍ଲାକୁ ଜାରି କରାଯାଇଛି ହଳଦିଆ ସତର୍କତା।
Jangyaseni Parida