ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

Oct 2, 2024 - 17:01
 0  4
ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । କ୍ରମଶଃ ଏହା ପଶ୍ଚିମ ଉତ୍ତର – ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ନେବ ଲଘୁଚାପର ରୂପ । ହେଲେ ଏହା ଅଧିକ ଘନୀଭୂତ ଆଶଙ୍କା କମ୍ । ଏହା କେବଳ ଲଘୁଚାପ ହୋଇ ଉପକୂଳ କରିବ ଅତିକ୍ରମ  । ବର୍ତ୍ତମାନ ଏହାକୁ ନେଇ କୌଣସି ବାତ୍ୟା ଭୟ ନଥିବା କହିଛନ୍ତି ଭାରତୀୟ ପାଣିପାଗ ମହା ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ଏହାର ପ୍ରଭାବରେ ୪ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ରହିଛି ବର୍ଷା ସମ୍ଭାବନା। ୪ ତାରିଖ ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ବଢିବ ବର୍ଷାର ପରିମାଣ ।

What's Your Reaction?

like

dislike

love

funny

angry

sad

wow