ଦିନକୁ ଦିନ ବଢୁଥିବା ସଡ଼କ ଦୁର୍ଘଟଣାକୁ ନଜରରେ ରଖି ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର

ଦିନକୁ ଦିନ ବଢୁଥିବା ସଡ଼କ ଦୁର୍ଘଟଣାକୁ ନଜରରେ ରଖି ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଏଣିକି ପ୍ରତ୍ୟେକ ରବିବାର ଓ ବୁଧବାର ହେବ ଶୂନ୍ୟ ସହନଶୀଳତା ଦିବସ । ସଡ଼କ ସୁରକ୍ଷା ନେଇ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ ସଡ଼କ ସୁରକ୍ଷା ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ । ଏଥିରେ ସୁରକ୍ଷିତ ଘର ବାହୁଡ଼ା ଉପରେ ଗୁରୁତ୍ବ ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୁତିଭୂଷଣ ଜେନା । ସଡ଼କ ସୁରକ୍ଷା ଉପରେ ସଚେତନତା ସୃଷ୍ଟିକୁ ଗୁରୁତ୍ବ, ନିୟମ ଭଙ୍ଗକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ନିୟମିତ ଚେକିଂ ସହ ଜୋରିମାନା ଆଦାୟ, ଏବଂ ରବିବାର ଓ ବୁଧବାର ଶୂନ୍ୟ ସହନଶୀଳତା ଦିବସ ନେଇ ହୋଇଛି ନିଷ୍ପତ୍ତି।
What's Your Reaction?






