ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଆତିଶୀ ମର୍ଲେନା

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଆତିଶୀ ମର୍ଲେନା । ଉପରାଜ୍ୟପାଳଙ୍କ ଅନୁମୋଦନ କ୍ରମେ ଆଜି ସେ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବେ ନେଇଛନ୍ତି ଶପଥ । ତାଙ୍କ ସହ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଗୋପାଳ ରାୟ, କୈଳାଶ ଗେହଲଟ, ସୌରଭ ଭରଦ୍ୱାଜ, ଇମ୍ରାନ ହୁସେନ ଏବଂ ମୁକେଶ ଅହଲୱାତ। ଅରବିନ୍ଦ କେଜ୍ରିୱାଲଙ୍କ ଇସ୍ତଫା ପରେ ସରକାର ଗଢିବା ନେଇ ଉପରାଜ୍ୟପାଳନଙ୍କୁ ପ୍ରସ୍ତାବ ଦେଇଥିଲେ ଆତିଶୀ।
What's Your Reaction?






