ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ହକି ଖେଳାଳି

Aug 22, 2024 - 13:56
 0  4
ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ହକି ଖେଳାଳି

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ହକି ଖେଳାଳି। ଏହି ସାକ୍ଷାତକୁ ନବୀନ ତାଙ୍କ ସୋସିଆଲ ମିଡିଆ ପ୍ଲାର୍ଟଫର୍ମ ଏକ୍ସରେ କରିଛନ୍ତି ଶେୟାର। ନବୀନ ଲେଖିଛନ୍ତି, ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ବ୍ରୋଞ୍ଜ ପଦକ ଜିତିବା ପରେ ବିଜେତା ଭାରତୀୟ ହକି ଦଳକୁ ଭେଟି ବହୁତ ଖୁସି ମିଳିଛି। ହକି କେବଳ ଏକ ଖେଳ ନୁହେଁ। ଏହା ଓଡ଼ିଶାର ଏକ ଜୀବନଶୈଳୀ। ଏହି ସୁନ୍ଦର ଖେଳ ସହିତ ଆମେ ସବୁବେଳେ ଏକ ସ୍ବତନ୍ତ୍ର ବନ୍ଧନ ବାଣ୍ଟିଛୁ। ଦଳ ନିଜର ବିଜୟର ଗତି ଜାରି ରଖୁ ଏବଂ ଦେଶ ତଥା ରାଜ୍ୟ ପାଇଁ ଅଧିକ ଗୌରବ ଆଣୁ ବୋଲି କହିଛନ୍ତି ନବୀନ ।

What's Your Reaction?

like

dislike

love

funny

angry

sad

wow