ନଭେମ୍ବର ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା
ନଭେମ୍ବର ଶେଷ ସପ୍ତାହରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା। ଡିସେମ୍ବରରେ ମିଳିବ ଚତୁର୍ଥ ପର୍ଯ୍ୟାୟ ଟଙ୍କା । ଡିସେମ୍ବର ଶେଷ ସୁଦ୍ଧା ଏକ କୋଟିରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଟଙ୍କା ଯୋଗାଇ ଦେବେ ରାଜ୍ୟ ସରକାର, ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏହାସହ ଖାରଜ ହୋଇଥିବା ଆବେଦନ ଗୁଡ଼ିକର ପୁନଃ ଯାଞ୍ଚ ପାଇଁ ବିଡ଼ିଓଙ୍କୁ ନୋଡାଲ ଏଜେନ୍ସି ଭାବେ ଦିଆଯାଇଛି ଦାୟିତ୍ୱ । ଜିଲ୍ଲା ସ୍ତରରେ ତହସିଲଦାର ଏବଂ ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ନେଇ ଗଠନ କରାଯାଇଛି ତିନି ଜଣିଆ କମିଟି । ଖାରଜ ହୋଇଥିବା ହିତାଧିକାରୀଙ୍କୁ ଅଙ୍ଗନ ବାଡ଼ି ଦିଦିଙ୍କ ମାଧ୍ୟମରେ ହେବ ନୋଟିସ ।ଜମି ଆଧାରରେ ଯେଉଁ ମାନଙ୍କର ଖାରଜ ହୋଇଛି ତହସିଲଦାର ଓ ଆରଆଇଙ୍କ ଦ୍ଵାରା ଆଉ ଥରେ ଯାଞ୍ଚ କରାଯିବ ବୋଲି କହିଛନ୍ତି ପ୍ରଭାତି ପରିଡ଼ା । ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନ ମଧ୍ୟରୁ ଜମି ଆଧାରରେ ଖାରଜ ହୋଇଥିବାଙ୍କ ସଂଖ୍ୟା ଅଧିକ । ସେହିପରି ବ୍ୟାଙ୍କ ଲିଙ୍କେଜ ଥିବାରୁ କଟିଥିଲେ ସେମାନେ ବ୍ୟାଙ୍କ ସହିତ ଯୋଗାଯୋଗ କରି ଦାଖଲ କରିବେ ବ୍ୟାଙ୍କ ସ୍ପଷ୍ଟୀକରଣ। ଅନ୍ୟପଟେ ଅଙ୍ଗନବାଡି କର୍ମୀ ଏବଂ ଏମବିକେ ମାନଙ୍କୁ ସରକାରୀ ଚାକରିଆ ଭାବେ କଟା ଯାଇଛି ସେମାନଙ୍କର ମଧ୍ୟ ଯାଞ୍ଚ କରାଯାଇ ଦିଆଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା।
What's Your Reaction?