ନେପାଳ ପ୍ରଳୟଙ୍କରୀ ବନ୍ୟା ; ୯୫୦ ଟପିଲା ମୃତ୍ୟୁ ସଂଖ୍ୟା
ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଏହି ପ୍ରାକୃତିକ ବିପର୍ଯ୍ୟୟରେ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୯୫୫ରେ ପହଞ୍ଚିଛି । ଉଦ୍ଧାରକାରୀ ଦଳ ପ୍ରତିଦିନ ଭଙ୍ଗାଘର ଓ କାଦୁଅ ସ୍ତୂପ ତଳୁ ଶହ ଶହ ମୃତଦେହ ଖୋଳି ବାହାର କରୁଛନ୍ତି, ଯାହା ପୁରା ଦେଶରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି ।
ନେପାଳରେ ପ୍ରଳୟଙ୍କରୀ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ସ୍ଥିତି ଅତ୍ୟନ୍ତ ଗମ୍ଭୀର ହୋଇପଡିଛି । ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଏହି ପ୍ରାକୃତିକ ବିପର୍ଯ୍ୟୟରେ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୯୫୫ରେ ପହଞ୍ଚିଛି । ଉଦ୍ଧାରକାରୀ ଦଳ ପ୍ରତିଦିନ ଭଙ୍ଗାଘର ଓ କାଦୁଅ ସ୍ତୂପ ତଳୁ ଶହ ଶହ ମୃତଦେହ ଖୋଳି ବାହାର କରୁଛନ୍ତି, ଯାହା ପୁରା ଦେଶରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି । ନେପାଳ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ସୂଚନା ଅନୁଯାୟୀ, ବନ୍ୟା ପରେ ଏବେବି ୪,୪୭୧ ଜଣ ଲୋକଙ୍କର କୌଣସି ଖୋଜ୍ ଖବର ମିଳୁନାହିଁ । ନିଖୋଜ ଲୋକଙ୍କୁ ଖୋଜିବା ପାଇଁ ସେନା ଏବଂ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ୟାପକ ସର୍ଚ୍ଚ ଅପରେସନ ଜାରି ରହିଛି । ମୃତ୍ୟୁ ସଂଖ୍ୟା ଆଗକୁ ଆହୁରି ବଢିବା ନେଇ ଆଶଙ୍କା କରାଯାଉଛି ।
ବନ୍ୟା ପ୍ରଭାବିତ ଅଞ୍ଚଳରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆଜି ସୁଦ୍ଧା ୧୧ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ଉଦ୍ଧାର ହୋଇଥିବା ଲୋକମାନଙ୍କୁ ବିଭିନ୍ନ ଅସ୍ଥାୟୀ ଶିବିରରେ ରଖାଯାଇଛି ଏବଂ ସେମାନଙ୍କୁ ରିଲିଫ ସାମଗ୍ରୀ ଯୋଗାଇ ଦିଆଯାଉଛି ।
ନେପାଳ ପ୍ରଧାନମନ୍ତ୍ରୀ ବନ୍ୟା ସ୍ଥିତିର ସମୀକ୍ଷା କରିବା ସହ ପ୍ରଭାବିତ ଅଞ୍ଚଳରେ ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରବଳ ବର୍ଷା ଯୋଗୁଁ ଅନେକ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି । ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦିଆଯାଇଛି ।
What's Your Reaction?