ପଞ୍ଚମ ଦିନରେ ଶୃଙ୍ଖଳାର ସହ ଚାଲିଛି ବିଧାନସଭା ପ୍ରଶ୍ନକାଳ
ପଞ୍ଚମ ଦିନରେ ଶୃଙ୍ଖଳାର ସହ ଚାଲିଛି ବିଧାନସଭା ପ୍ରଶ୍ନକାଳ । ପ୍ରଶ୍ନକାଳରେ ବିଭିନ୍ନ ବିଭାଗ ଉପରେ ହୋଇଛି ଗୁରୁତ୍ୱପୂର୍ଣ୍ଣ ଆଲୋଚନା। ରାଜ୍ୟରେ ୧୭,୭୬୧ ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦବୀ ଖାଲି ପଡିଥିବା ବେଳେ ବିଭିନ୍ନ ଜିଲାରେ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ବିଧାୟକ ମାନେ କରିଥିଲେ ପ୍ରଶ୍ନ। ସଦସ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି ଖୁବଶୀଘ୍ର ୧୬,୫୧୯ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକ ପଦ ସୃଷ୍ଟି ହେବ । ଶିକ୍ଷକ ପଦ ସୃଷ୍ଟି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେଇଛନ୍ତି ନିଷ୍ପତ୍ତି। ଏହାସହିତ ବିଭିନ୍ନ ସ୍କୁଲର ନିଜସ୍ୱ ଜମି ନଥିବା ନେଇ ମୁଖ୍ୟମନ୍ତ୍ରୀ ଅବଗତ ଅଛନ୍ତି । ମୁଖ୍ୟମନ୍ତ୍ରୀ ଓ ରାଜସ୍ୱ ମନ୍ତ୍ରୀ ଏ ଦିଗରେ କରିଛନ୍ତି ଆଲୋଚନା।
What's Your Reaction?