ପବିତ୍ର ଘୋଷଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

Jul 7, 2024 - 11:47
 0  2
ପବିତ୍ର ଘୋଷଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ଚଳଚଂଚଳ ଶ୍ରୀକ୍ଷେତ୍ର । ରଥ,ପଥ ସବୁ ପ୍ରସ୍ତୁତ ।  ସାରା ବିଶ୍ୱରେ ଉତ୍ସାହର ମାହୋଲ । ଏହି ପରିପ୍ରେକ୍ଷୀରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରଘୁବର ଦାସ ମଧ୍ୟ ଜଣାଇଛନ୍ତି ଶୁଭେଚ୍ଛା ।
ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି ସାମାଜିକ ଗଣମାଧ୍ୟମ ରେ ପୋଷ୍ଟ କରିଛନ୍ତି  , ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି । ଆଜି ଦେଶ ତଥା ବିଶ୍ଵର ଅଗଣିତ ଜଗନ୍ନାଥପ୍ରେମୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଉତ୍କଣ୍ଠାର ସହିତ ଅପେକ୍ଷା କରିରହିଛନ୍ତି । ଏହି ମହାପର୍ବ ଅବସରରେ ମୁଁ ସମସ୍ତଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।

What's Your Reaction?

like

dislike

love

funny

angry

sad

wow