ପିସିସି ସଭାପତିଙ୍କ ଶରତ ପଟ୍ଟନାୟକଙ୍କ ଉପରେ କାଳିମାଡ

ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ ହୋଇଛି କାଳିମାଡ଼। ଆଜି ସକାଳେ ଶରତ ପଟ୍ଟନାୟକ କଂଗ୍ରେସ ଭବନରେ ଥିବାବେଳେ ହଠାତ୍ ତାଙ୍କ ଚ୍ୟାମ୍ବରକୁ ପଶି ଆସି ଏଭଳି କାଣ୍ଡ ଭିଆଇଥିଲେ କିଛି ଅସନ୍ତୁଷ୍ଟ ଗୋଷ୍ଠୀର ଯୁବକ । ଘଟଣାପରେ କଂଗ୍ରେସର ବରିଷ୍ଠ ନେତାମାନେ କଂଗ୍ରେସ ଭବନରେ ପହଞ୍ଚି ପସିସି ସଭାପତିଙ୍କ ସହ କରିଛନ୍ତି ଆଲୋଚନା। ତେବେ କାଳି ମାଡର ସଠିକ କାରଣକୁ ନେଇ ମିଳିନାହିଁ କୌଣସି ସୂଚନା । ଅନ୍ୟପଟେ ଶରତ ପଟ୍ଟନାୟକ ନିଜ ପ୍ରତିକ୍ରିୟାରେ କହିଚନ୍ତି ଯେ,ଏହା ମୋ ପାଇଁ ନୂଆ ନୁହେଁ, ମୁଁ ଦବିଯିବିନି। ପୂର୍ବଥର ପିସିସି ସଭାପତି ଥିବା ବେଳେ ଅଣ୍ଡା, ପଥର ମାଡ଼ ହୋଇଥିଲା। ଏସବୁ ନେଇ ମୁଁ ବ୍ୟଥିତ ନୁହେଁ।ଭାଜପା କିମ୍ବା ଅନ୍ୟ କାହା ଦ୍ବାରା ପ୍ରରୋଚିତ ଦୁର୍ବୃତ୍ତ ଏମିତି କରିଛନ୍ତି। କଂଗ୍ରେସ ଉତ୍ଥାନ କରୁଥିବା ଦେଖି କିଛି ଅହଂକାରୀ ଏଭଳି କରୁଥିବେ। ଏମିତି କେତେ ଆସିଛନ୍ତି, ଯାଇଛନ୍ତି; ସେସବୁ ଖାତିର୍ କରେନାହିଁ। କଂଗ୍ରେସକୁ ଦୁର୍ବଳ କରିବାକୁ ଉଦ୍ୟମ କରୁଥିବା ଶକ୍ତିକୁ ବରଦାସ୍ତ କରିବୁନି ବୋଲି କହିଛନ୍ତି ଶରତ ।
What's Your Reaction?






