ପୁଣି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ
ପୁଣି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ । ବଡୁ ସେବାୟତ ଓ ପୂଜା ପଣ୍ଡା ନିଯୋଗର ସେବା ବିବାଦକୁ ନେଇ ବିଭ୍ରାଟ ହୋଇଛି ନୀତି । ଗତକାଲି ସନ୍ଧ୍ୟାରୁ ଠାକୁରଙ୍କ କୌଣସି ନୀତି ହୋଇନଥିବା ବେଳେ ଦକ୍ଷିଣ ଘରକୁ ବିଜେ କରିନାହାନ୍ତି ପ୍ରଭୁ ଲିଙ୍ଗରାଜ । ପବିତ୍ର ପୁଷ୍ୟାଭିଷେକ ସନ୍ଧ୍ୟା ଧୂପ ପରେ ମକର ମଣ୍ଡପରେ ଲିଙ୍ଗରାଜ ମହାପ୍ରଭୁ ବିଜେ କରିଥାନ୍ତି । ଏହା ପରେ ମାହାସୁଆରଙ୍କ ଦ୍ୱାରା ଦୁଗ୍ଧ ଆଉଟା ହୋଇ ଘୃତ କମଳ ପ୍ରସ୍ତୁତ ହୋଇଥାଏ । ଆଜି ମକର ସଂକ୍ରାନ୍ତି ପାଇଁ ଘୃତ୍ୟ କମଳ ଲାଗି ହୋଇଥାଏ । କିନ୍ତୁ ପୁନର୍ବାର ଏକୁଟିଆ ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ ବଡୁ ସେବାୟତ। ହେଲେ ପୂଜାପଣ୍ଡା ନିଯୋଗ ବିରୋଧ କରିବାରୁ ନୀତିରେ ସହଯୋଗ କରି ନଥିଲେ । ଏଥିପାଇଁ ମହାପ୍ରଭୁ ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି । ବାରମ୍ବାର ଏପରି ମନମୁଖୀ କାର୍ଯ୍ୟ କରୁଥିବା ବେଳେ ଆଜି ସିଂହଦ୍ବାର ସମ୍ମୁଖରେ ପୂଜାପଣ୍ଡା ସର୍ବସାଧାରଣ ଦର୍ଶନ ବନ୍ଦ କରି ମିଳିତ ପ୍ରତିବାଦ କରିବେ ବୋଲି ନେଇଛନ୍ତି ନିଷ୍ପତ୍ତି ।
What's Your Reaction?