ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା ।

Aug 21, 2024 - 12:27
 0  7
ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା ।

ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମିଳିଛି ସୂଚନା । ଡିସେମ୍ବର ୨୫ରୁ ଜାନୁଆରୀ ୧୫ ଯାଏଁ ହେବ ପ୍ରାକ୍ଟିକାଲ । ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକ ତାଙ୍କ ସୁବିଧା ଦେଖି ଏହି ସମୟ ମଧ୍ୟରେ କରିବେ ପରୀକ୍ଷା । ସେହିଭଳି ଇଣ୍ଟରନାଲ ପରୀକ୍ଷା ଆସନ୍ତା ଡିସେମ୍ବର ୨୬ ରୁ ୩୦ତାରିଖ ପର୍ଯ୍ୟନ୍ତ ଚାଲିବ । ତେବେ ୨୦୨୫ ଯୁକ୍ତ୨ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ ଚଳିତ ମାସରୁ ଆରମ୍ଭ କରିବା ପାଇଁ ସିଏଚ୍‌ଏସ୍‌ଇ ରଖିଥିଲା ଯୋଜନା। କିନ୍ତୁ ବର୍ତ୍ତମାନ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ  ଦୁଇ ନାମଲେଖା ଶେଷ ହୋଇ ନ ଥିବାରୁ ଓକାକ ମନା କରିଦେଇଥିଲା । ଯୁକ୍ତ୨ ପରୀକ୍ଷା ଫର୍ମ ପୂରଣ ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହେବ ବୋଲି ପରିଷଦ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ଦେଇଛନ୍ତି ସୂଚନା। ସେପଟେ ବଦଳିଛି ଯୁକ୍ତ ଦୁଇ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା, ଏଣିକି ୮୦ମାର୍କରୁ ୨୪ ମାର୍କ ରଖିଲେ ପାସ୍ । ଇଂରାଜୀ ଓ ମାତୃଭାଷାରୁ ରଚନାକୁ ବାଦ ଦିଆଯାଇଥିବା ବେଳେ ଆଉ ପ୍ରଶ୍ନପତ୍ରରେ ଆସିବନି ଦର୍ଶ ମାର୍କ ବିଶିଷ୍ଟ ପ୍ରଶ୍ନ। ୨୦୨୫ରେ ଯୁକ୍ତ ୨ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଶ୍ନପତ୍ର ଢାଞ୍ଚା ବଦଳାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ନୂଆ ଢାଞ୍ଚା ଅନୁଯାୟୀ ଏଣିକି ବାର୍ଷିକ ପରୀକ୍ଷାରେ ୧୦୦ ନୁହେଁ ବରଂ ପରୀକ୍ଷାର୍ଥୀଙ୍କୁ ୮୦ ମାର୍କର ଥିଓରୀ ପରୀକ୍ଷା ଦେବାକୁ ପଡ଼ିବ । ସେଥିରୁ ୨୪ ମାର୍କ ରଖିଲେ ଜଣେ ପରୀକ୍ଷାର୍ଥୀ ପାସ କରିବେ, ନହେଲେ ଫେଲ ବୋଲି ବିବେଚନା କରାଯିବ। ବାକି ୨୦ ମାର୍କ ଇଣ୍ଟରନାଲ ପରୀକ୍ଷା ହେବ । ସେଥିରେ ପରୀକ୍ଷାର୍ଥୀ ଯେତିକି ମାର୍କ ରଖିବେ ତାକୁ ମୋଟ ମାର୍କ ସହ ସଂଯୋଗ କରାଯିବ। ହେଲେ ଥିଓରୀ ମାର୍କ ସହ ଏହାକୁ ମିଶାଇ ପାସ୍ ବୋଲି ଗଣାଯିବ ନାହିଁ ।

What's Your Reaction?

like

dislike

love

funny

angry

sad

wow