ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ,୫ ଦିନ ପାଇଁ ସତର୍କତା ଜାରି

Jun 26, 2024 - 11:59
 0  7
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ,୫ ଦିନ ପାଇଁ ସତର୍କତା ଜାରି

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ପ୍ରଭାବରେ ଆଜିଠାରୁୁ ୫ ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ଜାରି କରାଯାଇଛି ସତର୍କତା। ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳ ବର୍ଷା ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।ଘୂର୍ଣ୍ଣିବଳୟ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ବହିପାରେ ପବନ। ଆଜି କେନ୍ଦୁଝର, ମୟୂରଭଂଜ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାରେ ହୋଇପାରେ ବର୍ଷା  । ସେହିପରି ୨୭ ତାରିଖରେ ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଗଂଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା  ।

What's Your Reaction?

like

dislike

love

funny

angry

sad

wow