ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

Sep 3, 2024 - 11:49
 0  4
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ୫ ତାରିଖରେ ପଶ୍ଚିମକେନ୍ଦ୍ରୀୟ ତଥା ପାଶ୍ୱର୍ବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ରହିଛି ସମ୍ଭାବନା  ଲଘୁଚାପ ସୃଷ୍ଟି ପରେ ଏହା ହୋଇପାରେ ଛତିଶଗଡ଼ ମୁହାଁ। ତେବେ ଏହାର ପ୍ରଭାବରେ ୫ରୁ ୭ ତାରିଖ ଯାଏ ପ୍ରବଳ ବର୍ଷା ହେବାର ରହିଛି  ସମ୍ଭାବନା।ବିଶେଷ କରି ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି ୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହୋଇପାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା  । ତେବେ ୫ ତାରିଖ ଯାଏଁ ରାଜ୍ୟରେ ବିଶେଷ ବର୍ଷା ନଥିବା କହିଛି ପାଣିପାଗ ବିଭାଗ  ।

What's Your Reaction?

like

dislike

love

funny

angry

sad

wow