ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

Apr 7, 2025 - 13:23
 0  3
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର । ଏହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତୀ ୪୮ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତିକରିବାର ରହିଛି ସମ୍ଭାବନା । ଫଳରେ କାଲି ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।  ବର୍ଷା ନେଇ ୧୪ ଜିଲ୍ଲା ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରିକୁ ଜାରି ହୋଇଛି ହଳଦିଆ ସତର୍କତା । 

What's Your Reaction?

like

dislike

love

funny

angry

sad

wow