ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । କାରଣ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଭିତରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।ଲଘୁଚାପ ସୃଷ୍ଟି ପରେ ଏହା ପଶ୍ଚିମ ଦିଗରେ ଗତି କରି ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ପହଞ୍ଚିବ । ଓଡ଼ିଶା ଉପରେ ଲଘୁଚାପର ରହିପାରେ ହାଲୁକା ପ୍ରଭାବ।୯ ତାରିଖ ରାତିରୁ ୧୧ ତାରିଖ ଯାଏ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ହେବ ବର୍ଷା। ତେବେ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ରହିଛି ସମ୍ଭାବନା ।
What's Your Reaction?






