ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

Apr 11, 2025 - 14:23
 0  19
ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

 ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ଦୁଇ ପ୍ରତିଶତ ମହଙ୍ଗା ଭତ୍ତା । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଫଳରେ ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା  । ଏହା ଜାନୁଆରୀ ପହିଲା ୨୦୨୫ରୁ ପିଛିଲା ଭାବରେ ହେବ ଲାଗୁ  । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ୍ ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ହୋଇଛି ବୃଦ୍ଧି । ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନସନରେ  ପାଇବେ ଏହି ବର୍ଦ୍ଧିତ ଟି.ଆଇ। ଏହାଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ହେବେ ଉପକୃତ । 

What's Your Reaction?

like

dislike

love

funny

angry

sad

wow