ବନ୍ଧା ହେବେ ରୋଡ୍ ରୋମିଓ,କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

ମେଜର ଗୁରୁବଂଶ ଓ ତାଙ୍କ ବାନ୍ଧବୀଙ୍କୁ ହଇରାଣ କରିଥିବା ରୋଡ୍ ରୋମିଓଙ୍କୁ ବାନ୍ଧିବ ପୋଲିସ । ଏନେଇ ଏକ ମାମଲା ରୁଜୁ କରିବା ସହ ତୁରନ୍ତ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି । ଖାଲି ସେତିକି ନୁହେଁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ମଧ୍ଯ ଦେଇଛନ୍ତି ନିର୍ଦ୍ଦେଶ। ଗତ ସେପ୍ଟେମ୍ବର ୧୪ ତାରିଖ ରାତିରେ ମେଜର ଓ ତାଙ୍କ ବାନ୍ଧବୀ ଘରକୁ ଫେରୁଥିବା ବେଳେ ପଥରଗାଡ଼ିଆ ଓ ଭରତପୁର ରାସ୍ତାରେ ଏକ କାରରେ ଆସି ତାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ ଦୁଇ ଯୁବକ ।ଏନେଇ ମେଜର ଓ ତାଙ୍କ ବାନ୍ଧବୀ ଥାନାକୁ ଯିବାପରେ ପୋଲିସ ତାଙ୍କୁ ଦୁର୍ବ୍ୟବହାର ସହ ମାଡ଼ ମାରିବା ଭଳି ହୋଇଥିଲା ସାଙ୍ଘାତିକ ଅଭିଯୋଗ । ସେପଟେ ରେକର୍ଡ କରାଯାଇଛି ତତ୍କାଳୀନ ଥାନାଧିକାରୀଙ୍କ ସହ ଅନ୍ୟ ପୋଲିସ ଅଧିକାରୀଙ୍କ ବୟାନ। ଆଗାମୀ ଦିନରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ମଧ୍ୟ ବୟାନ ରେକର୍ଡ କରାଯିବ ବୋଲି କହିଛନ୍ତି ଡିଜିପି ।
What's Your Reaction?






