ବାଲେଶ୍ୱରରେ ଆଜି ମଧ୍ୟରାତ୍ର ଯାଏଁ କର୍ଫ୍ୟୁ
ବାଲେଶ୍ୱର ସହରରେ ଆଝି ବନ୍ଦ ରହିଛି ଇଣ୍ଟରନେଟ ସେବା। ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ। ଏନେଇ ସୂଚନା ଦେଇଛନ୍ତି ବାଲେଶ୍ୱର ଜିଲ୍ଲାପାଳ। ଓଟି ରୋଡକୁ ସଂଯୋଗ କରୁଥିବା ସବୁ ରାସ୍ତା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି ପ୍ରଶାସନ । ତେବେ ଏହି କର୍ଫ୍ୟୁ କାଳରେ ଜରୁରୀ ସେବା କଟକଣା ମୁକ୍ତ ଥିବାବେଳେ, ପରୀକ୍ଷାର୍ଥୀଙ୍କ ଉପରେ ଲାଗୁ ହେବନି କଟକଣା । ଆବଶ୍ୟକ ନ ଥିଲେ କର୍ଫ୍ୟୁ କାଳରେ ଘରୁ ପଦାକୁ ନ ବାହାରିବାକୁ ଅପିଲ୍ କରିଛି ପୁଲିସ। ସେପଟେ ଘଟଣା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିବାବେଳେ ସ୍ଥିତି ଉପରେ ନଜର ରହିଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ।ଗତ ସୋମବାର ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିଲା ଗଣ୍ଡଗୋଳ । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ କରାଯାଇଥିବା ହୋଇଥିଲା ଅଭିଯୋଗ । ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ । ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଥିବା ବେଳେ ୧୫ରୁ ୨୦ଟି ଗାଡ଼ି ହୋଇଛି ଭଙ୍ଗାରୁଜା ।
What's Your Reaction?