ବୁଧବାର ଶ୍ରୀଜୀଉଙ୍କ ସୁନାବେଶ

Jul 16, 2024 - 14:05
 0  5
ବୁଧବାର ଶ୍ରୀଜୀଉଙ୍କ ସୁନାବେଶ

ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ବିଶ୍ୱନିୟନ୍ତା ମହାପ୍ରଭୁ ଜଗନ୍ନାଥ। ସିଂହଦ୍ୱାରରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଜମିଛି ପ୍ରବଳ ଭିଡ଼ ।ଗତକାଲି ସୁରୁଖୁରୁରେ ଅନୁଷ୍ଠିତ ହୋଇଥିଲା ମହାବାହୁଙ୍କ ବାହୁଡା ଯାତ୍ରା। ଲକ୍ଷ୍ମୀ-ନାରାୟଣ ଭେଟ ପାଇଁ ଶ୍ରୀନଅର ସମ୍ମୁଖରେ ଅଟକିଥିଲେ କାଳିଆ ସାଆନ୍ତ। ଶ୍ରୀନଅରରୁ ବାହାରି ମାଆ ଲକ୍ଷ୍ମୀଙ୍କୁ ରଥ ନିକଟକୁ ଆଣିଥିଲେ ଗଜପତି।ଏହାପରେ ରୀତିନୀତି ମୁତାବକ ଲକ୍ଷ୍ମୀନାରୟଣ ଭେଟ ଅନୁଷ୍ଠିତ ହୋଇଥିଲା। ଜୟ ଜଗନ୍ନାଥ ଧ୍ୱନୀ ସହ ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହୋଇଥିଲା ଶ୍ରୀକ୍ଷେତ୍ର। ସିଂହଦ୍ୱାର ଅଭିମୁଖେ ଆସିବା ବାଟରେ ମାଉସୀ ମାଆ ମନ୍ଦିର ନିକଟରେ ଶ୍ରୀଜିଉଙ୍କୁ ଲାଗି ହୋଇଥିଲା ପୋଡ଼ପିଠା। ତେବେ ଆସନ୍ତାକାଲି ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ। ମହଣ ମହଣ ରତ୍ନ ଅଳଙ୍କାରରେ ହେବେ  ଆଭୂଷିତ । ତା’ପରେ ଅଧରପଣା ଏବଂ ଶୁକ୍ରବାର ରହିଛି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ।

What's Your Reaction?

like

dislike

love

funny

angry

sad

wow